THE ଓଡିଶା NEWS(OFFICIAL)
THE ଓଡିଶା NEWS(OFFICIAL)
February 26, 2025 at 08:52 AM
*ଏହିଦିନ ସଂସାରର ସୃଷ୍ଟି ହୋଇଥିଲା* ଦେବଦେବ ମହାଦେବଙ୍କଦ୍ୱାରା ଏଇ ଦିନ ସଂସାର ପ୍ରକଟ ହୋଇଥିଲା ବୋଲି ବିଶ୍ୱାସ କରାଯାଏ। ପୁରାଣର ଅନ୍ୟଏକ ଆଖ୍ୟାନ ଅନୁସାରେ, ଦେବ ଓ ଅସୁରମାନଙ୍କଦ୍ୱାରା ସମୁଦ୍ର ମନ୍ଥନ ସମୟରେ ସେଥିରୁ ବାହାରିଥିବା ସମସ୍ତ ବିଷକୁ ଶିବ ପାନକରି ଧରାକୁ ଏକ ଆସନ୍ନ ବିପଦରୁ ଉଦ୍ଧାର କରିଥିଲେ। ଏହି ବିଷକୁ ପାନ କରିବା ପରେ ବିଷର ଜ୍ୱାଳାରେ ସେ ମୂର୍ଚ୍ଛା ହୋଇଯାଇଥିଲେ। ତାଙ୍କର ସଂଜ୍ଞା ନ ଫେରିବା ପର୍ଯ୍ୟନ୍ତ ଦେବଗଣ ଓ ଶୈବବୃନ୍ଦ ଅଖଣ୍ଡ ପ୍ରଦୀପ ଜାଳି ଉଜାଗରରେ ବସିଥିଲେ। ସେହିଦିନକୁ ମନେପକାଇ ଶ୍ରଦ୍ଧାଳୁମାନେ ମହାଶିବରାତ୍ରି ପାଳନ କରିଥାନ୍ତି। ଫାଲଗୁନ କୃଷ୍ଣ ଚତୁର୍ଦ୍ଦଶୀ ଦିନ ଶିବ ଲିଙ୍ଗ ଭାବରେ ଆବିର୍ଭୂତ ହୋଇଥିବାରୁ ପ୍ରତିବର୍ଷ ଏହି ଦିନକୁ ମହାଶିବରାତ୍ରି ଭାବରେ ପାଳନ କରାଯାଏ। ପାଳନ ବିଧି *ଶିବରାତ୍ରିକୁ ଚାରୋଟି ପ୍ରହରରେ ଶେଷ କରାଯାଏ।* ପ୍ରତ୍ୟେକ ପ୍ରହରର ସମୟ ତିନି ଘଟିକା। ପ୍ରଥମ ପ୍ରହର ବା ସନ୍ଧ୍ୟା ସମୟରେ ଶିବଲିଙ୍ଗକୁ କ୍ଷୀରରେ ଅଭିଷେକ କରାଯାଏ। ଦ୍ୱିତୀୟ ପ୍ରହର ବା ସନ୍ଧ୍ୟାର ପରବର୍ତ୍ତୀ ସମୟରେ ଲିଙ୍ଗକୁ ଦହିରେ ଅଭିଷେକ କରାଯାଏ। ତୃତୀୟ ପ୍ରହର ବା ଘୋର ରାତ୍ର ସମୟରେ ଶିବଲିଙ୍ଗକୁ ମହୁରେ ଅଭିଷେକ କରାଯାଏ। ରାତ୍ରର ଶେଷ ପ୍ରହର ସମୟରେ ଶିବ ମନ୍ଦିରର ଚୁଡ଼ାଦେଶକୁ ମହାଦୀପ ଉଠାଯାଏ। ସାରା ସଂସାରରୁ ଅଜ୍ଞାନରୂପକ ଅନ୍ଧକାରକୁ ଦୂରକରି ଆଲୋକ ପ୍ରଦାନ କରିବା ହେଉଛି ମହାଦୀପ ଉଠାଣର ଉଦ୍ଦେଶ୍ୟ।
Image from THE ଓଡିଶା NEWS(OFFICIAL): *ଏହିଦିନ ସଂସାରର ସୃଷ୍ଟି ହୋଇଥିଲା*  ଦେବଦେବ ମହାଦେବଙ୍କଦ୍ୱାରା ଏଇ ଦିନ ସଂସାର ପ୍...
❤️ 🙏 👍 23

Comments