
Suryalok🌞
June 12, 2025 at 03:23 AM
*ଅଲାରନାଥ ମନ୍ଦିର*
ପୁରୀର ପବିତ୍ର ନରେନ୍ଦ୍ର ପୁଷ୍କରିଣୀଠାରୁ ବାମପାର୍ଶ୍ୱ ପୁରୀ-ସାତପଡ଼ା ରାସ୍ତାରେଜାତୀୟ ରାଜପଥ-୨୦୩(କ)ରେ ୨୦ କି.ମି ଗଲେ ବ୍ରହ୍ମଗିରି । [୧] ପାଞ୍ଚ ଏକର ପରିମିତ ଜାଗାରେ କେତକୀ, ବଉଳ ଓ ନାରିକେଳ ଜଙ୍ଗଲ ପରିବେଶ ମଧ୍ୟରେ ୫୦ଫୁଟ ୫ଇଞ୍ଚ ଉଚ୍ଚତା ବିଶିଷ୍ଟ ଶ୍ରୀଅଲାରନାଥଙ୍କ ମନ୍ଦିର ଅବସ୍ଥିତ ।[୨] ଏହି ମନ୍ଦିର ଚତୁଃପାର୍ଶ୍ୱରେ ଶ୍ରୀଚୈତନ୍ୟ ମନ୍ଦିର, ଶିବ ମନ୍ଦିର ଓ ବିଭିନ୍ନ ଠାକୁରାଣୀଙ୍କ ମନ୍ଦିର, ନବଗ୍ରହ ପ୍ରସ୍ତର, ନାଟମନ୍ଦିର, ପ୍ରାର୍ଥନା ଗୃହ, ଭୋଗମଣ୍ଡପ, ମୁଖଶାଳା, ତଥା ଯଜ୍ଞ ମଣ୍ଡପ ଅବସ୍ଥିତ । ରଥଯାତ୍ରା ପୂର୍ବରୁ ପ୍ରଥମେ ପଡେ ସ୍ନାନଯାତ୍ରା । ଏହି ମହାସ୍ନାନ ପରେ ଶ୍ରୀଜୀଉମାନେ ଲୌକିକ ମତରେ ଭୀଷଣ ଜ୍ୱରରେ ଆକ୍ରାନ୍ତ ହୋଇ ଅଣସର ଘରେ ପଡ଼ିରହନ୍ତି । ଅଣସରର ତାଳତାଟି ଭିତରେ ମହାପ୍ରଭୁଙ୍କ ବଂଶଧର ଭାବେ ପରିଚିତ ଦଇତାପତି ସେବକମାନେ ସେମାନଙ୍କର ସେବାଶୁଶ୍ରୁଷା କରନ୍ତି । ସେହି ସମୟରେ ଭକ୍ତମାନେ ଦୀର୍ଘ ୧୫ଦିନ ଧରି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିପାରନ୍ତି ନାହିଁ । ତେଣୁ ଏହି ସମୟରେ ଭକ୍ତମାନେ ଶ୍ରୀଜୀଉମାନଙ୍କୁ ଦର୍ଶନ କରିନପାରି ବ୍ରହ୍ମଗିରିର ଶ୍ରୀଅଲାରନାଥଙ୍କୁ ଦର୍ଶନ କରି ପୁଣ୍ୟ ଅର୍ଜନ କରିଥାନ୍ତି । ଶ୍ରୀମନ୍ଦିର ରତ୍ନ ସିଂହାସନରେ ଶ୍ରୀଜୀଉଙ୍କୁ ଦର୍ଶନ କରିବାରେ ଯେତିକି ପୂଣ୍ୟ ମିଳେ ଅଣସର ସମୟରେ ଶ୍ରୀଅଲାରନାଥଙ୍କୁ ଦର୍ଶନ କଲେ ସେତିକି ପୂଣ୍ୟ ମିଳେ ବୋଲି ପ୍ରବାଦ ରହିଛି ।[୩] ତେଣୁ ଅଣସର ସମୟରେ ଅଲାରନାଥ ମନ୍ଦିରରେ ଭକ୍ତମାନଙ୍କ ପ୍ରବଳ ଭିଡ ଲାଗିରହିଥାଏ । ଏହା କୌଣସି ପର୍ଯ୍ୟଟନସ୍ଥଳୀ ନହେଲେ ବି କୃଷ୍ଣଭକ୍ତମାନଙ୍କ ପାଇଁ ଏକ ପ୍ରସିଦ୍ଧ ସ୍ଥାନ । କାରଣ ଭଗବାନ ଅଲାରନାଥ ହେଉଛନ୍ତି ପ୍ରଭୁ ବିଷ୍ଣୁଙ୍କର ଚଳନ୍ତି ପ୍ରତିମା।
*🙏ଜୟ ଜଗନ୍ନାଥ🙏*