Suryalok🌞
Suryalok🌞
June 20, 2025 at 12:48 AM
*ଦଶମୂଳ ମୋଦକ ପ୍ରସ୍ତୁତି :* *ଆୟୁର୍ବେଦିକ ପଦ୍ଧତି ଓ ଶାସ୍ତ୍ର ଅନୁସାରେ ଶ୍ରୀଜୀଉଙ୍କ ନିମନ୍ତେ ଦଶମୂଳ ମୋଦକ ପ୍ରସ୍ତୁତ ହୋଇଥାଏ । ଶ୍ରୀମନ୍ଦିରର ରାଜବୈଦ୍ୟ ସେବକ ମାନେ ପୁରୁଷାନୁକ୍ରମେ ମହାପ୍ରଭୁଙ୍କ ଏହି ସେବା କରିଥାନ୍ତି । ଏହି ମହୌଷଧି ପ୍ରସ୍ତୁତି ନିମନ୍ତେ ଶାଳପନ୍ନି, ଗମ୍ଭାରୀ, ଫଣଫଣା, କୃଷ୍ଣ ପନ୍ନି, ଅଗବଥୁ, ବେଲ, ଅଙ୍କରାନ୍ତି, ଗୋଖରା, ଲବିଂ କୋଳି, ନବାଙ୍କୁରୀକୁ ପ୍ରଥମେ ଶୁଖା ଯାଇଥାଏ । ପରେ ଏହାକୁ କୁଟା ଯାଇ ଗୁଣ୍ଡ କରାଯାଇଥାଏ । ଏହି ଗୁଣ୍ଡକୁ ଗାମୁଛାରେ ଛାଣି ନୂତନ କାଠ ଚୁଲିରେ କଡେଇ ବସଯାଇ ଖୁଆ, ଶର୍କରା, ସର, ମହୁ, ଘିଅ, ଭାଙ୍ଗ ଆଦି ପକାଯାଇ ଏହାକୁ ପାଗ କରାଯାଏ । ପାଗ ପରେ ଏହାକୁ କଦଳୀ ପତ୍ର ଉପରେ ରଖି ଥଣ୍ଡା କରାଯାଇଥାଏ । ଥଣ୍ଡା ହେଲା ପରେ ଏହାକୁ ଗୋଲାକାର ମୋଦକ କରି ୩ଟି କୁଡୁଆ ରେ ରଖା ଯାଇଥାଏ । ଏହା ଉପରେ କର୍ପୂର ଦେଇ ତାଳପତ୍ର ଭୋଗେଇରେ ରଖି ଶ୍ରୀମନ୍ଦିର ଗାରଦରେ ଦାଖଲ କରାଯାଇଥାଏ ।* *🙏ଜୟ ଜଗନ୍ନାଥ🙏*

Comments